ଆପ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଝଟକା: ଜାମିନ ଆବେଦନ ଖାରଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 6, 2023

ଆପ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଝଟକା: ଜାମିନ ଆବେଦନ ଖାରଜ

ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଆପ୍ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ଝଟ୍‌କା। ଦିଲ୍ଲୀ ହାଇକୋର୍ଟ ଆଜି ସତ୍ୟେନ୍ଦ୍ର ଜୈନ୍‌ଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରିପାରନ୍ତି କହି ଆଜି ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ଫଳରେ ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ନିରାଶ ହେବାକରୁ ପଡ଼ିଛି।

ମନି ଲଣ୍ଡରିଙ୍ଗ୍‌ ମାମଲାରେ ୨୦୨୨ ମେ’ରେ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ଦ୍ୱାରା ସତ୍ୟେନ୍ଦ୍ର ଗିରଫ ହୋଇଥିଲେ। ନଭେମ୍ବର ମାସରେ ବି ସେ ଜାମିନ ପାଇଁ ଆବେଦନ କରିଥିଲେ, କିନ୍ତୁ ଟ୍ରାଏଲ୍‌ କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ। ସତ୍ୟେନ୍ଦ୍ରଙ୍କ ସହିତ ଏହି ମାମଲାରେ ଆଉ ଦୁଇଜଣଙ୍କ ଅଭିଯୁକ୍ତ ବୈଭବ ଜୈନ ଓ ଅଙ୍କୁଶ ଜୈନ୍‌ଙ୍କ ଜାମିନ ଆବେଦନ ମଧ୍ୟ ଅଦାଲତ ଖାରଜ କରି ଦେଇଛନ୍ତି। ଅର୍ଥ ହେରଫେର ମାମଲାରେ ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଥିଲା।

ଆମ୍ ଆଦମୀ ପାର୍ଟି (ଆପ୍) ନେତା ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଇଡି କରିଥିବା ଅନୁସନ୍ଧାନରୁ ଜଣାପଡିଛି ଯେ ୨୦୧୫-୧୬ ମସିହାରେ ଯେତେବେଳେ ଜୈନ ଜଣେ ସରକାରୀ କର୍ମଚାରୀ ଥିଲେ, ସେତେବେଳେ ତାଙ୍କ ମାଲିକାନାରେ ଥିବା ତଥା ତାଙ୍କ ଦ୍ୱାରା ନିୟନ୍ତ୍ରିତ କମ୍ପାନି ହାୱାଲା ନେଟୱାର୍କ ମାଧ୍ୟମରେ ସେଇ କମ୍ପାନୀରୁ ୪.୮୧ କୋଟି ଟଙ୍କା ନେଇଥିଲା। ୨୦୧୭ରେ ଆୟରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗରେ ତାଙ୍କ ବିରୋଧରେ ସିବିଆଇ ଏତଲା ରୁଜୁ କରିଥିଲା। ପରେ ତଦନ୍ତ କରି ଇଡି ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରିଛି। ତେବେ ଆମ୍‌ ଆଦ୍‌ମୀ ପାର୍ଟି ଏଭଳି ଗିରଫଦାରୀକୁ ଭୟ କରେନାହିଁ ବୋଲି କେଜ୍ରିୱାଲ କହିଥିଲେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/2rRotIQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages