ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ, ନିୟମ ଭାଙ୍ଗିଲେ ୨୫ ହଜାର ଗଣିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 6, 2023

ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ, ନିୟମ ଭାଙ୍ଗିଲେ ୨୫ ହଜାର ଗଣିବେ

ରାଜ୍ୟରେ ଚଳିତ ମାସରୁ ଓଡ଼ିଆରେ ବାଧ୍ୟତାମୂଳକ ହେବ ଓଡ଼ିଆରେ ନାମଫଳକ। ସବୁ ଦୋକାନ, ବ୍ୟାବସାୟିକ ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସଂସ୍ଥାରେ ନାମଫଳକକୁ ଓଡ଼ିଆରେ ଲେଖାଯିବ। ଏହି ନିୟମ ଅନୁପାଳନ ନକଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ବ୍ୟବସାୟୀକ ପ୍ରତିଷ୍ଠାନର ଲାଇସେନ୍ସ ରଦ୍ଦ କରାଯିବ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

ନିର୍ଦ୍ଦେଶନାମା ଅନୁସାରେ, ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ୍ ଦିଆଯିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଥମ ଥର ଖିଲାପକାରୀଙ୍କୁ ୫ ହଜାର ଟଙ୍କା ଜରିମାନା ଏବଂ ଦ୍ୱିତୀୟ ଥର ଖିଲାପକାରୀଙ୍କୁ ୨୫ ହଜାର ଟଙ୍କା ଜରିମାନା କରାଯିବ। ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମାବିଭାଗ ପକ୍ଷରୁ ଏହି ନିୟମର କଡ଼ାକଡ଼ି ନିରୀକ୍ଷଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରିଛି।

ଗତକାଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ, ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମର କଡ଼ାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଏହାର କଡ଼ାକଡ଼ି ନିରୀକ୍ଷଣ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Bvp6Eix

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages