୧୦ ମେ’, ବୁଧବାର: ବକେୟା ଦରମା ହସ୍ତଗତ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 9, 2023

୧୦ ମେ’, ବୁଧବାର: ବକେୟା ଦରମା ହସ୍ତଗତ ହେବ

ମେଷ: ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ମନୋମାଳିନ୍ୟ କାରଣରୁ ସାମାନ୍ୟ ଚିନ୍ତିତ ରହିବେ। ଅର୍ଥଲାଭର ସୁଯୋଗ ଅଛି, କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ। ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ହାସଲ କରିବେ।

ବୃଷ: ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କାରଣରୁ ସାମାନ୍ୟ ଚିନ୍ତିତ ରହିବେ । ଆକସ୍ମିକ ଧନ ଲାଭର ଯୋଗ ରହିଛି । କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟରେ ଲାଭ ହେବ । ଛାତ୍ରଛାତ୍ରୀ ପାଠପଢାରେ ଶୁଭଫଳ ପାଇବେ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା ଶୁଭ ଖବର ଶୁଣି ଖୁସି ହେବେ। ପାରିବାରିକ ସମସ୍ୟା ନେଇ ଚିନ୍ତିତ ରହିବେ । ଛାତ୍ରଛାତ୍ରୀ ପାଠପଢାରେ ମନୋନିବେଶ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ । ମାତ୍ର ଉପରିସ୍ଥ ଅଧିକାରୀଙ୍କ ସହ ମତଭେଦ ହୋଇପାରେ।

କର୍କଟ:ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ନିଜର ଲୋକ କେହି ଜଣେ ଶତୃତା କରିପାରେ । ଋତୁକାଳୀନ ଥଣ୍ଡା ସର୍ଦ୍ଦି ଜନିତ ଜ୍ୱର ପୀଡାର ଆଶଙ୍କା ଏଡାଇ ଦିଆଯାଇନପାରେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅର୍ଥଲାଭ ହେବ ।

ସିଂହ:ପାରିବାରିକ ଜୀବନରେ ମତାନ୍ତର ହେତୁ ସାମାନ୍ୟ ଚିନ୍ତିତ ରହିବେ॥ ବକେୟା ଅର୍ଥ ବିଳମ୍ବ ହେଲେ ମଧ୍ୟ ହସ୍ତଗତ ହେବ । କର୍ମକ୍ଷେତ୍ରରେ ସହଯୋଗ ମିଳିବ । ବ୍ୟବସାୟରେ ଲାଭ ହେବ । ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ପାଇବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଯୋଗେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟ ହେବ ।

କୁମ୍ଭ : ଶାରୀରିକ, ମାନସିକ ପାରିବାରିକ ଅଭିବୃଦ୍ଧି ଘଟିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ନିଜର ଲୋକ ବିରୁଦ୍ଧାଚରଣ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ କାରଣରୁ ଚିନ୍ତିତ ରହିବେ । ଉପସ୍ଥିତ ବୁଦ୍ଧି ଓ ଉପରିସ୍ଥ ଅଧିକାରୀଙ୍କ ସହଯୋଗ କାରଣରୁ କାର୍ଯ୍ୟ ହାସଲ କରିବେ ।

ମୀନ: ଆକସ୍ମିକ ଭାବରେ ବକେୟା ଦରମା ହସ୍ତଗତ ହେବ । ପାରିବାରିକ ଭୁଲ ବୁଝାମଣା କାରଣରୁ ଚିନ୍ତିତ ରହିବେ। ଗୁପ୍ତଶତ୍ରୃଙ୍କ କାରଣରୁ କାର୍ଯ୍ୟ ବିଳମ୍ବ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ହାସଲ କରିବେ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/IzdZQPa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages