୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 18, 2023

୨୦ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ରାଜ୍ୟର ରାଜନୀତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୦ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ ।

ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରେ ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡ଼ୁ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟର ଦଳୀୟ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ । ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ସଫଳତା ସମ୍ପର୍କରେ ରାଜ୍ୟବାସୀଙ୍କୁ ଅବଗତ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ଆସନ୍ତା ମେ’ ୩୦ରୁ ଜୁନ୍ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଏକମାସ ଧରି ଅଭିଯାନ ଚାଲିବ ବୋଲି ଜଣାପଡ଼ିଛି ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/8QsMSFd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages