ପୋଲ ବାଡ଼ାକୁ ଧକ୍କା ଦେଇ ଭାରସାମ୍ୟ ହରାଇ ୧୫ ଫୁଟ ତଳକୁ ଖସିପଡ଼ିଲା କାର୍। ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଖ୍ରୀଷ୍ଟନପୁର ନିକଟରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ୫ଜଣ ବ୍ୟକ୍ତି କାର୍ରେ ପୁରୀରୁ ଜୟପୁର ଫେରୁଥିଲେ। ଏହି ସମୟରେ ଖ୍ରୀଷ୍ଟପୁର ନିକଟରେ କାର୍ଟି ଭାରସାମ୍ୟ ହରାଇ ପୋଲର ବାଡ଼ାକୁ ଧକ୍କା ଦେଇ ୧୫ଫୁଟ ତଳକୁ ଖସି ପଡ଼ିଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ମୋହନା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ୩ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଗାଡ଼ିରେ ଡ୍ରାଇଭର ସମେତ ୫ଜଣ ଥିଲେ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/DTnobpI
No comments:
Post a Comment