ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା। ଏହି ଅବସରରେ ଶ୍ରୀକ୍ଷେତ୍ରରେ ତିନି ରଥର ଚକ ଅଖ ଡେରା ନୀତି ହେବ। ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜିଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ।
ଚକ ଅଖ ଡେରା ନୀତି ସମ୍ପନ୍ନ ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ। ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ। ଆଜି ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ।
ଅପରାହ୍ନ ୪ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ। ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/gs1ZmVl
No comments:
Post a Comment