ସ୍କୁଟିକୁ ପିଟିଦେଲା ଟ୍ରକ୍‌: ମା’ ଓ ଝିଅ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 30, 2023

ସ୍କୁଟିକୁ ପିଟିଦେଲା ଟ୍ରକ୍‌: ମା’ ଓ ଝିଅ ମୃତ

ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଚଷାପଡ଼ା ନିକଟରେ ମଙ୍ଗଳବାର ସକାଳେ ଏକ ଟ୍ରକ୍ ଏକ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ସାମାନ୍ୟ ଆହତ ହୋଇଛନ୍ତି।

ମୃତକ ଦ୍ୱୟ ହେଲେ କଲିମା ବିବି ଓ ତାଙ୍କ ୬ ମାସର ଝିଅ ଅଲିଆ ଖାତୁନ। କଲିମାଙ୍କ ବଡ଼ ଝିଅ ଓ ଶ୍ୱଶୁର ମୁକ୍ତାର ଖାଁ ଆହତ ହୋଇଛନ୍ତି।

ତିର୍ତ୍ତୋଲ ଥାନା ମୁଲିସିଂ ଅଞ୍ଚଳର ମୁକ୍ତାର ଖାଁ ଆଜି ସକାଳେ ତାଙ୍କ ବୋହୂ କଲିମା ବିବି ଓ ଦୁଇ ନାତୁଣୀଙ୍କୁ ନେଇ ଡାକ୍ତରଖାନା ଯାଉଥିବା ବେଳେ ଚଷାପଡ଼ା ନିକଟରେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ କଲିମା ବିବି ଓ ତାଙ୍କର ୬ ମାସର ଝିଅ ଅଲିଆ ଖାତୁନଙ୍କର ମୃତ୍ୟୁ ଘଟିଥିଲା।

ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଖବର ପାଇ ବାଲିକୁଦା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଶବକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ଘଟଣାର ତଦନ୍ତ ଜାରି ରହିଥିବା ବାଲିକୁଦା ଆଇଆଇସି ସଲୀଳ ପ୍ରଧାନ କହିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/BsmTzHh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages