୨୩ ମେ’, ମଙ୍ଗଳବାର: ଅନ୍ୟ ମନସ୍କତା ହେତୁ ମୂଲ୍ୟବାନ ଜିନିଷ ହଜିଯାଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 22, 2023

୨୩ ମେ’, ମଙ୍ଗଳବାର: ଅନ୍ୟ ମନସ୍କତା ହେତୁ ମୂଲ୍ୟବାନ ଜିନିଷ ହଜିଯାଇପାରେ

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଅର୍ଥସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭ ହେବା ସହ ଧନ ଅର୍ଜନ ଦିଗରୁ ସୁରକ୍ଷିତ ରହିବେ । ପାରିବାରିକ ଜୀବନରେ ସୁବିଧାବାଦକୁ ଆପଣେଇ ସଫଳ ହେବେ।

ବୃଷ: ଶତ୍ରୁମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ଓ ଆୟ ଉପାର୍ଜନ ବୃଦ୍ଧି ହେବ।

ମିଥୁନ: ଆଜି ଦିନଟି ମଙ୍ଗଳମୟ ହେବ । ଶତ୍ରୁମାନେ ପରାଜିତ ହେବେ। ଅନ୍ୟ ମନସ୍କତା ହେତୁ ମୂଲ୍ୟବାନ ଜିନିଷ ହଜିଯାଇପାରେ । ବିଦ୍ୟାର୍ଥୀମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।

ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। କିନ୍ତୁ ଅଗ୍ନି, ଜଳ ଓ ବିଦ୍ୟୁତ ପ୍ରତି ସାବଧାନ ରହିବା ଭଲ। ଆକସ୍ମିକ ଭାବେ ଖର୍ଚ୍ଚଭାର ବୃଦ୍ଧି ପାଇବା ହେତୁ ଚିନ୍ତା ପ୍ରକଟ କରିପାରନ୍ତି । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ ।

କୁମ୍ଭ: ଉତ୍ତମ ରୋଜଗାର ମିଳିବା ସହ ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ବାସସ୍ଥାନ ବା ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିପାରନ୍ତି । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥିଲେ ଆଗେଇ ନେବା ଉଚିତ ।

ମୀନ: ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସ ଘାତକତା କରିପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/gWodMNf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages