ଗଛରେ ପିଟିହେଲା ବୋଲେରୋ; ୨ମୃତ,୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 16, 2023

ଗଛରେ ପିଟିହେଲା ବୋଲେରୋ; ୨ମୃତ,୨ ଗୁରୁତର

କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ୨ଜଣଙ୍କର ମୃତ୍ୟୁ ଘଟିଥିବା ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କୋଇଡ଼ା ଥାନା ଅନ୍ତର୍ଗତ କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା। ଅନ୍ୟ ୨ ଗୁରୁତର ଆହତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ୪ଜଣ ବ୍ୟକ୍ତି ବିବାହ ଭୋଜିରେ ଯୋଗ ଦେବାକୁ ବୋଲେରୋ ଯୋଗେ ଝାରଖଣ୍ଡ ଯାଇଥିଲେ। ବିଳମ୍ବିତ ରାତିରେ ସେମାନେ ନିଜ ଘର କମଣ୍ଡୋକୁ ଫେରୁଥିଲେ। ଏହି ସମୟରେ ରାମଚନ୍ଦ୍ରପୁର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିଲା। ସ୍ଥନୀୟ ଲୋକେ ଅନ୍ୟ୨ଜଣ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଚମ୍ପୁଆ ପୋଲିସ ଦୁର୍ଘଟଣା ଗ୍ରସ୍ତ ବୋଲେରୋକୁ ଜବତ୍ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Jy3mLiF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages