ଆଜି ଝାରସୁଗୁଡ଼ାକୁ ମିଳିବ ନେତା, ସକାଳ ୮ଟାରୁ ଗଣତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 12, 2023

ଆଜି ଝାରସୁଗୁଡ଼ାକୁ ମିଳିବ ନେତା, ସକାଳ ୮ଟାରୁ ଗଣତି

କାହାର ହେବ ଝାରସୁଗୁଡ଼ା। ବିଜେଡି ଏହି ଆସନକୁ ବଜାୟ ରଖିପାରିବ, ନା ବିଜେପି କିଛି ଚମତ୍କାର ଦେଖାଇବ। କଂଗ୍ରେସ ତାର ପୂର୍ବ ଭୋଟ ରକ୍ଷା କରିପାରିବ ତ। ଏହି ସବୁ ପ୍ରଶ୍ନର ଉତ୍ତର ଆଜି ମିଳିବ। କାରଣ ଆଜି ବାହାରିବ ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ।

ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ। ଭିଭିପାଟ ଓ ପୋଷ୍ଟାଲ ବାଲେଟ କାଉଣ୍ଟିଂ ପାଇଁ ଅଲଗା ଅଲଗା ଟେବୁଲ କରାଯାଇଛି। ପ୍ରତି ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର,ଜଣେ କାଉଣ୍ଟିଂ ଆସିଷ୍ଟାଣ୍ଟ ଏବଂ ଜଣେ କାଉଣ୍ଟିଂ ଅବଜରଭର ରହିବେ। ଜେନେରାଲ ଅବଜରଭରଙ୍କ ପ୍ରତିନିଧି ଭାବେ ମାଇକ୍ରୋ ଅବଜରଭର ରହିବେ। ଭୋଟ ଗଣତି ପାଇଁ ୨୦ ଜଣ କାଉଣ୍ଟିଂ ସୁପରଭାଇଜର, ୨୦ ଜଣ କାଉଣ୍ଟିଂ ଅସିଷ୍ଟାଣ୍ଟ  ଓ ୨୦ ଜଣ କାଉଣ୍ଟିଂ ଅବଜରଭ ରହିବେ। ପ୍ରତି ଟେବୁଲରେ କାଉଣ୍ଟିଂ ଅନୁସାରେ ଅଧିକାରୀ ନିୟୋଜିତ ହେବେ।

ଗଣତି କେନ୍ଦ୍ର ବାହାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ନିର୍ବାଚନ କମିଶନଙ୍କ ୱେବସାଇଟ ଜରିଆରେ ସାଙ୍ଗେ ସାଙ୍ଗେ ଗଣତିର ଅପଡେଟ୍ ମିଳିପାରିବ। ନିର୍ବାଚନ ମଇଦାନରେ ମୋଟ ୯ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ,  ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ଏହି ଆସନ ଖାଲି ପଡ଼ିଥିଲା। ତେଣୁ ଗତ ୧୦ ତାରିଖରେ ହୋଇଥିଲା ନିର୍ବାଚନ।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/0UfX5FJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages