ଆଜି ଶପଥ ନେବେ ସିଦ୍ଦରମେୟା, ଯୋଗ ଦେବେ ସୋନିଆ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 19, 2023

ଆଜି ଶପଥ ନେବେ ସିଦ୍ଦରମେୟା, ଯୋଗ ଦେବେ ସୋନିଆ

ଆଜିଠୁ କର୍ଣ୍ଣାଟକାରେ ଆରମ୍ଭ ହେବ ସିଦ୍ଦରମେୟା ଯୁଗ । କଂଗ୍ରେସ ଗଢ଼ିବ ନୂଆ ସରକାର । ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଜୋରସୋର ଆୟୋଜିତ ହେବାକୁ ଥିବା ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବେ। ଆଜି ଶପଥ ଗ୍ରହଣ ସମାରୋହରେ ପ୍ରାୟ ୨୫ରୁ ୨୮ ମନ୍ତ୍ରୀ ଶପଥ ନେବେ ବୋଲି ଜଣାଯାଇଛି।

କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଏକ ଗ୍ରାଣ୍ଡ ସେଲିବ୍ରିଶନ କରିବାକୁ କଂଗ୍ରେସ ତରଫରୁ ଜୋର ସୋରରେ ପ୍ରସ୍ତୁତି ଚାଲିଛି। ଏହି କାର୍ଯ୍ୟକ୍ରମରେ ୟୁପିଏ ଚେୟାର ପର୍ସନ ସୋନିଆ ଗାନ୍ଧି, ଉଭୟ ରାହୁଲ ଓ ପ୍ରିୟଙ୍କା ଗାନ୍ଧି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଉପସ୍ଥିତ ରହିବେ ବୋଲି ଜଣାଯାଇଛି। ଏହାବାଦ କଂଗ୍ରେସ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ମେଣ୍ଟ ସରକାରଙ୍କୁ ମଧ୍ୟ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି ।

ଏହି ସମାରୋହରେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ, ବିହାର ସିଏମ୍‌ ନିତିଶ କୁମାର, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘଲେ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, ପୁଡ଼ୁଚେରୀ ମୁଖ୍ୟମନ୍ତ୍ରୀ ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କାର୍ଯ୍ୟକ୍ରମରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଥିଲେ ବି ସେ ଏଥିରେ ସାମିଲ ହେବେନି ବୋଲି ଜଣାଯାଇଛି। ସେ ନିଜର ଜଣେ ପ୍ରତିନିଧୀ ଏହି କାର୍ଯ୍ୟକ୍ରମକୁ ପଠାଇବେ ବୋଲି ଜଣାଯାଇଛି। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରାଯାଇ ନ ଥିବା ଜଣାଯାଇଛି।

ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ୨୦୧୩ ମସିହାରେ ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ଏହି ଷ୍ଟାଡିୟମକୁ ହିଁ ପୁନର୍ବାର ତାଙ୍କ ଶପଥ ଗ୍ରହଣ ନିମନ୍ତେ ବଛା ଯାଇଛି। ତେବେ ଏହାର ବସିବା କ୍ଷମତା ୨୫ ହଜାର ଥିବା ବେଳେ ଆଜି ପ୍ରାୟ ୬୦ ହଜାର ଲୋକ ଏକତ୍ରିତ ହେବାର ଆକଳନ କରାଯାଇଛି।

କଂଗ୍ରେସ ନେତା ଡିକେ ଶିବକୁମାର ଗତକାଲି କାନ୍ତିରଭା ଷ୍ଟାଡିୟମ ପରିଦର୍ଶନ କରିଥିବା ବେଳେ ଏପରି ସମାରୋହ ସମଗ୍ର ଦେଶବାସୀଙ୍କୁ ଚକିତ କରିବ ବୋଲି ସେ କହିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Sil6ah2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages