କାଲି ଝାରସୁଗୁଡ଼ାକୁ ମିଳିବ ନେତା, ସକାଳ ୮ଟାରୁ ଗଣତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 11, 2023

କାଲି ଝାରସୁଗୁଡ଼ାକୁ ମିଳିବ ନେତା, ସକାଳ ୮ଟାରୁ ଗଣତି

ଆସନ୍ତାକାଲି ବାହାରିବ ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ସକାଳ ୮ଟାରୁ ଆରମ୍ଭ ହେବ ଭୋଟ୍ ଗଣତି। ଏହାପୂର୍ବରୁ ଗଣନା କରିବାକୁ ଥିବା କର୍ମଚାରୀଙ୍କୁ ଆଜି ଟ୍ରେନିଂ ଦିଆଯିବ। ଏବେ ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଷ୍ଟ୍ରଙ୍ଗ ରୁମରେ କଡ଼ା ସୁରକ୍ଷାବଳୟ ଭିତରେ ଇଭିଏମକୁ ରଖାଯାଇଛି।   ସୁରକ୍ଷା ବ୍ୟବସ୍ଥା ପାଇଁ ଷ୍ଟ୍ରଙ୍ଗରୁମରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ଝାରସୁଗୁଡା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଆସନ୍ତାକାଲି ସକାଳ ୮ଟାରେ ପୋଷ୍ଟାଲ ବାଲାଟ୍ ଗଣତି କାର୍ଯ୍ୟ ହେବ।  ପରେ ସାଢ଼େ ୮ଟାରୁ ଇଭିଏମ୍ ମେସିନ୍ ଭୋଟ୍ ଗଣତି କାର୍ଯ୍ୟ ଆରମ୍ଭ ହେବ।  ଭୋଟଗଣତି ନିମନ୍ତେ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଯାଇଛି । ଭୋଟଗଣତି କେନ୍ଦ୍ରର ଚାରିପାଶ୍ୱର୍ରେ ଭୋଟଗଣତି ଦିନ ସମ୍ଭାବ୍ୟ ଜନଗହଳି ହେବାର ସମ୍ଭାବନା ଥିବାରୁ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପୁଲିସ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ମେ’ ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହୋଇଥିଲା। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିଥିଲା । ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଥିଲା।। ପୁରୁଷ ଭୋଟରଙ୍କ ତୁଳନାରେ ମହିଳାମାନେ ଅଧିକ ସଂଖ୍ୟାରେ ଭୋଟ୍ ଦେଇଥିଲେ।

ନିର୍ବାଚନ ମଇଦାନରେ ମୋଟ ୯ଜଣ ପ୍ରାର୍ଥୀ ରହିଥିବାବେଳେ ୩ ପ୍ରମୁଖ ଦଳ ବିଜେଡିର ଦୀପାଳି ଦାସ, ବିଜେପିର ଟଙ୍କଧର ତ୍ରିପାଠୀ ଓ କଂଗ୍ରେସର ତରୁଣ ପାଣ୍ଡେଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/nGA0cIr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages