ଅଟୋ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା;ଜଣେ ମୃତ,୪ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 22, 2023

ଅଟୋ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା;ଜଣେ ମୃତ,୪ଆହତ

କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କୋକଳବା ଛକ ନିକଟରେ ଏକ ଅଟୋ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କାହେବା ଫଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ମୃତ ମହିଳା ଜଣଙ୍କ ହେଲେ ପୁଷ୍ପଲତା ସାହୁ (୨୮)। ତାଙ୍କ ଘର ସରଧାପୁର ବରଡିହ ଗାଁରେ ବୋଲି ଜଣାପଡ଼ିଛି। ଆହତମାନଙ୍କ ମଧ୍ୟରେ ଜଣେ ଶିଶୁଥିବା ଜଣାଯାଇଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ଗତକାଲି ବିଳମ୍ବିତ ରାତିରେ ଅଟୋଟି ୪ଜଣ ଯାତ୍ରୀଙ୍କୁ ନେଇ ଗଣିଆ ଡଙ୍କାରି ସାହିରୁ ଆସୁଥିଲା। ଏହି ସମୟରେ କୋକଳବା ଛକ ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଥିଲେ। ଅଟୋରେ ଡ୍ରାଇଭର ସମେତ ୫ଜଣ ଥିଲେ।

ଦୁର୍ଘଟଣା ପରେ ଟ୍ରାକ୍ଟର ଡ୍ରାଇଭର ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣା ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/LZVyTst

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages