ମଧ୍ୟପ୍ରଦେଶରେ ଭୟଙ୍କର ଦୁର୍ଘଟଣା: ‍ପୋଲ ତଳକୁ ବସ୍‌ ଖସି ୧୫ ମୃତ, ୨୦ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 9, 2023

ମଧ୍ୟପ୍ରଦେଶରେ ଭୟଙ୍କର ଦୁର୍ଘଟଣା: ‍ପୋଲ ତଳକୁ ବସ୍‌ ଖସି ୧୫ ମୃତ, ୨୦ ଗୁରୁତର

ମଧ୍ୟପ୍ରଦେଶର ଖରଗୋନ ଅଞ୍ଚଳରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଇନ୍ଦୋର ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ହାଥିନୀ ନଦୀ ପାର ହେଉଥିବା ବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଏହି ଦୁର୍ଘଟଣାରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।

ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ଟିରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ବସ୍‌ଟି ହାଥିନୀ ନଦୀ ଉପରେ ଯାଉଥିବା ବେଳେ ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇ ବସିଲେ। ଏହାପରେ ଗାଡ଼ିଟି ଭାରସାମ୍ୟ ହରାଇ ପୋଲ ବାଡ଼ା ଭାଙ୍ଗି ତଳକୁ ଖସି ପଡ଼ିଥିଲା। ଏହାଦେଖି ସ୍ଥାନୀୟ ଲୋକେ ଦୁର୍ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

ଖବର ପାଇ ପୁଲିସ୍‌ ପହଞ୍ଚି ତୁରନ୍ତ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲ ପଠାଇବା ବ୍ୟବସ୍ଥା କରିଥିଲା। ସେଠାରେ ଡାକ୍ତର ୧୫ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ୨୦ ଜଣଙ୍କ ଚିକିତ୍ସା ଚାଲିଛି। ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ଘୋଷଣା କରାଯାଇଛି।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଏହି ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ପ୍ରତି ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହାବାଦ ଗୁରୁତର ଆହତଙ୍କୁ ୫୦ ହଜାର ଓ ସାମାନ୍ୟ ଆହତଙ୍କୁ ୨୫ ହଜାର ଲେଖା ମିଳିବ ବୋଲି ଘୋଷଣା ହୋଇଛି।

ପୁଲିସ୍‌ ଘଟଣାର ତଦନ୍ତ କରୁଥିବା ବେଳେ ଦୁର୍ଘଟଣାର କାରଣ ଜଣାପଡ଼ିନି। ଦ୍ରୁତ ଗତି ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ZjlhnmF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages