୯ ମେ’, ମଙ୍ଗଳବାର: ପିଲାଦିନର ବନ୍ଧୁଙ୍କ ସହ ଭେଟ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 8, 2023

୯ ମେ’, ମଙ୍ଗଳବାର: ପିଲାଦିନର ବନ୍ଧୁଙ୍କ ସହ ଭେଟ ହେବ

ମେଷ: ଦୀର୍ଘ ଦିନ ପରେ ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ସମସ୍ତ ଦିଗରୁ ସଫଳତା ହାସଲ କରିବେ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ।

ବୃଷ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ମିଳିବ । ପୁରୁଣା ତଥା ପିଲାଦିନର ବନ୍ଧୁଙ୍କ ସହ ଭେଟ ହେବାରୁ ମନ ପ୍ରସନ୍ନ ହେବ। ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ବ୍ୟବସାୟରେ ଆର୍ଥିକ ଲାଭ ହେବ । ମଧ୍ୟାହ୍ନ ପରେ ଭାବି ଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ।

ମିଥୁନ: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । ହଠାତ୍‌ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ, ମାନ ସମ୍ମାନ, ପ୍ରତିଷ୍ଠା ଲାଭ କରିବେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ, କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ପାଖ ପଡୋଶୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ପାରିବାରିକ ସମ୍ପର୍କ ମଧୁର ହେବ । ଜୀବନ ସାଥୀ ସହ ଅଧିକ ସମୟ କାଟିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗି ରହିବ । ଜମିବାଡ଼ି ବିବାଦର ସମାଧାନ ହେବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zSZlbqa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages