ଜନ ଶକରବର: ରସତର ଯବ ସମୟର ସତରକ ରହବ ଆବଶୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 15, 2023

ଜନ ଶକରବର: ରସତର ଯବ ସମୟର ସତରକ ରହବ ଆବଶୟକ

ମେଷ: ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ।

ବୃଷ: ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟକୁ ବିସ୍ତାର କରିବାକୁ ଯୋଜନା କରି ପାରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ।

ମିଥୁନ: ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବା ସହ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ।

କର୍କଟ: ସୁଖ ସମ୍ପଦ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ପାରନ୍ତି।

ସିଂହ: ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଶତ୍ରୁମାନେ ପରାଜିତ ହେବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବା ଆୟ ଉପାର୍ଜନ ବୃଦ୍ଧି ପାଇବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି ସମସ୍ତ କର୍ମ ସହଜରେ ସମ୍ପନ୍ନ ହେବ।

କନ୍ୟା: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ପରିବାରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ଶାନ୍ତିର ବାତାବରଣ ଦେଖା ଦେବ।

ତୁଳା: ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ।ପିଲାମାନଙ୍କ କାର୍ଯ୍ୟପ୍ରତି ସତର୍କ ରହିବା ସହ ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍।

ବିଚ୍ଛା: ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ।

ଧନୁ: ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ଓ ପ୍ରଶଂସା ମିଳିପାରେ। ପିଲାମାନେ ସେମାନଙ୍କ ଅଧ୍ୟୟନ ପାଇଁ ଆନନ୍ଦିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

ମକର: ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ। ଛାତ୍ରଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ।

କୁମ୍ଭ: ଶତ୍ରୁମାନେ ଦୂରେଇ ଯିବା ଫଳରେ ଶୁଭ ସମାଚାର ମିଳିବ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ। କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇ ପାରିବେ।

ମୀନ: ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/0IAmTra

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages