ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 7, 2023

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଆଜି ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇବ। କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-କାଉନସିଲ୍ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। www.chseresults.nic.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ।

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥର ୨ ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ କଳାରେ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦା ମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ୫ ହଜାର ଛାତ୍ରଛାତ୍ରୀ।

ସିବିଏସ୍ଇ ରେଜଲ୍ଟ ପ୍ରକାଶ ପାଇବାର ୧୭ ଦିନ ପରେ ଅର୍ଥାତ ଗତ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା। ଆଉ ଏହାପରେ ଆଜି ପ୍ରକାଶ ପାଇବ କଳା ବିଭାଗର ପରୀକ୍ଷା ଫଳ ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ରେ ପାସ୍ ହାର ୮୪.୯୩%, ବାଣିଜ୍ୟରେ ୮୧.୧୨%



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Dpg5uzR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages