ଜନ ଶକରବର: ପରବରର କଳହ ଦଖଯବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 22, 2023

ଜନ ଶକରବର: ପରବରର କଳହ ଦଖଯବ

ମେଷ: ପିଲାମାନଙ୍କର ପାଠପଢାକୁ ନେଇ ବାପା ମାଆ ଚିନ୍ତାରେ ରହିବେ । ନୂତନ ବ୍ୟବସାୟ କରିବା ପାଇଁ ଦୂରସ୍ଥାନକୁ ଯାଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ବୃଷ: ପରିବାରରେ କଳହ ଦେଖାଯିବ । କୋର୍ଟକଚେରୀ କାମରେ ବ୍ୟସ୍ତ ରହିବେ । ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ ଯାହାକି ମନ ଖୁସି ରହିବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଠାରୁ ସମ୍ମାନ ମିଳିବ ନାହିଁ । ଅଳସୁଆପଣ ବୃଦ୍ଧି ହେବ ।

ମିଥୁନ: ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ। ଘରକୁ ବନ୍ଧୁଙ୍କର ଆଗମନ ହେବା ସହିତ ସୁସ୍ୱାଦୁ ଭୋଜନ କରିବେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଏବଂ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୃ ବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ।

କୁମ୍ଭ: ବାକିପଡ଼ିଥିବା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ବହୁଦିନରୁ ଅଟକିଥିବା କାର୍ଯ୍ୟରେ ସଫଳତା ପାଇବେ। ଭୂମି ଯାନବାହାନ କ୍ରୟ କରିବା ପାଇଁ ମନ ବଳାଇବେ । ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ପୂଜାପୁଜିରେ ସମୟ ଅତିବାହିତ କରିବେ ।

ମୀନ: କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ ଓ ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଚାକିରିର ସୁଯୋଗ ମିଳିବାରୁ ମନ ଖୁସି ରହିବ ।ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ କିନ୍ତୁ ଦୂରସ୍ଥାନକୁ ଯାଆନ୍ତୁ ନାହିଁ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/FnLurv6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages