ଟରକକ ଧକକ ଦଲ ଓଏସଆରଟସ ବସ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 30, 2023

ଟରକକ ଧକକ ଦଲ ଓଏସଆରଟସ ବସ ଆହତ

ଟ୍ରକ୍‌କ ଧକ୍କା ଦେଲା ଓଏସଆରଟିସି ବସ୍‌। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅନ୍ତର୍ଗତ ବାଇପାସ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେରେ ଭର୍ତ୍ତି କରାଯାଇଛି।

ଗତକାଲି ରାତି ପ୍ରାୟ ୩ଟା ସମୟରେ ଓଏସଆରଟିସି ବସ୍‌ଟି ପ୍ରାୟ ୨୫ ଜଣ ଯାତ୍ରୀଙ୍କୁ ନେଇ କେନ୍ଦୁଝରରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଏହି ସମୟରେ ବାଇପାସ ରାସ୍ତାରେ ବସ୍‌ଟି ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଡ୍ରାଇଭର ସମେତ ୮ ଜଣ ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଜମନକିରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ଏହାସହ ଅନ୍ୟ ଯାତ୍ରୀମାନଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଯିବା ପାଇଁ ବସ୍‌ର ବ୍ୟବସ୍ଥା କରିଛି ପୁଲିସ। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ZlAF8sT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages