ଦଇ ବସ ମହମହ ଧକକ; ମତ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 25, 2023

ଦଇ ବସ ମହମହ ଧକକ; ମତ ଆହତ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ  ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ  OSRTC ବସ୍‌ଟି ଗୁଡାରିରୁ ଭୁବନେଶ୍ୱର ଅଭିମୁଖେ ଫେରୁଥିଲା। ଏହି ସମୟରେ ଘରୋଇ ବସ୍‌ରେ କିଛି ଲୋକ  ବ୍ରହ୍ମପୁରରୁ ଭୋଜି ସାରି ଖଣ୍ଡଦେଉଳି ଫେରୁଥିଲେ। ଖେମୁଣ୍ଡି କଲେଜ ନିକଟରେ ଦୁଇ ବସ୍  ମୁହାଁମୁହିଁ ଧକ୍କା ହୋଇଥିଲା।  

 ଆମ୍ବୁଲାନ୍ସ ଓ ଦମକଳ ଗାଡ଼ି ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ବ୍ରହ୍ମପୁର ଏସପି ଓ ତହସିଲଦାର ଉପସ୍ଥିତ ଅଛନ୍ତି। ଦୁର୍ଘଟଣା ବସ୍ ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। 

ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି।

 

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/InK3TiL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages