ବାଲେଶ୍ୱରର ବାହାନଗା ଷ୍ଟେସନ ନିକଟରେ ଭୟାବହ ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ନିଜ ରାଜ୍ୟର ମୃତଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ସେହିପରି ଗୁରୁତର ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁତରଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ମିଳିବ ବୋଲି ସୂଚନା ଦେଇଛନ୍ତି ।
ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ରାଜ୍ୟର ମୃତକ ପାଇଁ ୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ତାମିନନାଡୁ ମୁଖ୍ୟମନ୍ତ୍ରୀ ଏମ୍. କେ ଷ୍ଟାଲିନ ମଧ୍ୟ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ବାଲେଶ୍ୱର ବାହାନଗାରେ ଶନିବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୧୧୭୫ ଆହତଙ୍କ ମଧ୍ୟରୁ ୭୯୩ ଜଣ ଡିସଚାର୍ଜ ହୋଇଥିବା ବେଳେ ଏବେ ବି ୩୮୨ ଆହତ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ବେଳେ ଅନ୍ୟମାନଙ୍କ ଅବସ୍ଥା ସ୍ଥିର ରହିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/AnDQR06
No comments:
Post a Comment