ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ। ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଆଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହେବ ।
ବୃଷ: ପିଲାମାନଙ୍କ କାର୍ଯ୍ୟକୁ ନେଇ ଦୁଶ୍ଚିନ୍ତା କରିପାରନ୍ତି, ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ । ଭଲ ସମ୍ପର୍କ ରହିଥିବା ବନ୍ଧୁଟି ପରିସ୍ଥିତି ଚାପରେ ଦୂରେଇଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ମିଥୁନ: ଶାରୀରିକ ପୀଡ଼ା ଦେଖାଦେଇପାରେ । ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ବରାଦ ଅନୁଯାୟୀ ଫେରିବା ବାଟରୁ କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି । ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।
କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।
ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।
କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।
ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।
ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।
ମକର: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ । ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ ।
କୁମ୍ଭ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।
ମୀନ: ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ । ହଜି ଯାଇଥିବା ବ୍ୟକ୍ତି, ଚୋରି ହୋଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/HROTowE
No comments:
Post a Comment