ଆଜ ବହଡ଼ ଶରମନଦର ଅଭମଖ ଯତର କରବ ଶରଜଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 27, 2023

ଆଜ ବହଡ଼ ଶରମନଦର ଅଭମଖ ଯତର କରବ ଶରଜଉ

ଜନ୍ମବେଦିରେ ସରିଲା ଲୀଳାଖେଳା। ଆଜି ପୁଣି ରତ୍ନବେଦି ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ହୋଇଛନ୍ତି ତିନି ରଥ।

ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଭୋର ୪ଟାରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ରୋଷହୋମ, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ବେଶଶେଷ ନୀତି ଶେଷ ହେବା ପରେ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳବଲ୍ଲଭ ଓ ସକାଳ ଧୂପ (ଖେଚୁଡ଼ି ଭୋଗ) ନୀତି ସଂପନ୍ନ ହେବ। ସକାଳ ୭ଟାରୁ ୧୧ଟା ୩୦ ମଧ୍ୟରେ ସେନାପଟା ଲାଗି ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ନୀତି ହେବ। ତା’ପରେ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ମଧ୍ୟରେ ବାହୁଡ଼ା ପହଣ୍ଡି କରାଯିବ।

ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ାରେ ବି ଧାଡ଼ି ପହଣ୍ଡିରେ ଠାକୁରମାନେ ରଥାରୁଢ଼ ହେବେ। ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ।

ବାହୁଡ଼ାଯାତ୍ରାରେ ଶୃଙ୍ଖଳିତ ନୀତିକାନ୍ତିକୁ ଶ୍ରୀମନ୍ଦିର ପ୍ରଶାସନ ଅଧିକ ଗୁରୁତ୍ୱ ଦେଇଛି। ସେହିପରି ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ୍ ବ୍ୟବସ୍ଥା ଉପରେ ପୁଲିସ୍ ପ୍ରଶାସନ ଗୁରୁତ୍ୱ ଦେଇଛି।

ନବଦିନାତ୍ମକ ଯାତ୍ରା ଅବସରରେ ଆଡ଼ପ ମଣ୍ଡପ ବା ଜନ୍ମ ବେଦୀରେ ଗତକାଲି ଥିଲା ମହାପ୍ରଭୁଙ୍କ ଲୀଳାଖେଳାର ଶେଷ ଦିନ। ଗତକାଲି ଭୋରରୁ ମଙ୍ଗଳ ଆଳତି ସରୁ ସରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ। ପାଗ ଭଲ ଥିବାରୁ ବ୍ୟାରିକେଡ୍ ଦେଇ ସନ୍ଧ୍ୟା ପର୍ଯ୍ୟନ୍ତ

ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ସହ ଆଡ଼ପ ଅବଢ଼ା ପାଇ କୃତ୍ୟକୃତ୍ୟ ହୋଇଥିଲେ। ତେବେ ଏଥର ସନ୍ଧ୍ୟା ଦର୍ଶନ ସନ୍ଧ୍ୟା ୫ଟା ପରେ ବନ୍ଦ କରି ଦିଆଯିବାରୁ ବହୁ ଭକ୍ତ ଦର୍ଶନରୁ ବଞ୍ଚିତ ହୋଇଥିଲେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ILVk0Hc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages