ବାଲେଶ୍ୱର ଟ୍ରେନ ଦୁର୍ଘଟଣା; ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 2, 2023

ବାଲେଶ୍ୱର ଟ୍ରେନ ଦୁର୍ଘଟଣା; ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି। ଏଥିସହ ୯୦୦ରୁ  ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। 

ଉଦ୍ଧାର କାର୍ଯ୍ୟକୁ ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଉ ଗୋଟିଏ ବଗିରୁ ଉଦ୍ଧାର କାର୍ଯ୍ୟ ବାକି ରହିଛି। ନିର୍ଦ୍ଦିଷ୍ଟ ଏକ ବଗି ମାଟିରେ ଧସି ହୋଇ ରହିଛି। ସଂପୃକ୍ତ ବଗିରୁ ଉଦ୍ଧାର କାର୍ଯ୍ୟ ଆଉ କିଛି ସମୟ ଲାଗିବ।

ସେ ଆହୁରି କହିଛନ୍ତି,ରେଳ ଦୁର୍ଘଟଣାରେ ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି।  ଚିହ୍ନଟ ମୃତଦେହକୁ ସଂପର୍କୀୟଙ୍କୁ ହସ୍ତାନ୍ତର କରାଯାଉଛି। ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ରକ୍ତଦାନ କରିଥିବା ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟ ସଚିବ।

ଟ୍ରେନ ଦୁର୍ଘଟଣା ହେବା ପର ଗତକାଲି ରାତି ଠାରୁ ଏବେ ଯାଏଁ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେଉଥିବାରୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। ବାୟୁସେନା ସହ ଏନଡିଆରଏଫ, ଓଡ୍ରାଫ ଏବଂ ଅଗ୍ନିଶମବାହିନୀ  ଦ୍ୱାରା ଯୁଦ୍ଧକାଳୀନ ଭତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି
ରହିଛି। ସନ୍ଧାନୀ କୁକୁର ସହାୟତାରେ ଦୁର୍ଘଟଣାଗ୍ରସ୍ତ ଟ୍ରେନରୁ ମୃତାହତମାନଙ୍କୁ ବାହାର କରିବାକୁ ଚେଷ୍ଟା କରାଯାଉଛି । ଆହତଙ୍କୁ ବାଲେଶ୍ୱର ,ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏସସିବିରେ ୫୩ ଜଣ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୨ ଜଣ ନାବାଳକ ଥିବା ଜଣାଯାଇଛି।  

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ୧୫ ମିନିଟ୍‌ ସମୟରେ ବାହାନଗା ଷ୍ଟେସନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍‌ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍‌ ଚ୍ୟୁତ୍‌ ହୋଇ ପାଖରେ ଅନ୍ୟ ଲାଇନ୍‌ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍‌ ଏହି ସମୟରେ ଅନ୍ୟ ଏକ ଲାଇନ୍‌ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ର ଦ୍ରୁତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍‌ ଲାଇନ୍‌ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍‌ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/0tm7Nu9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages