ଜନ ଶନବର: ପରଶରମ ଅନସର ପରଶରମକ ମଳବ ନହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 23, 2023

ଜନ ଶନବର: ପରଶରମ ଅନସର ପରଶରମକ ମଳବ ନହ

ମେଷ: ଅର୍ଥ କାରବାର ସହ ସନ୍ତାନମାନଙ୍କୁ ନେଇ ଚିନ୍ତାରେ ରହିବେ । କର୍ମକ୍ଷେତ୍ରରେ ପରିଶ୍ରମ ଅନୁସାରେ ପାରିଶ୍ରମିକ ମିଳିବ ନାହିଁ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ।

ବୃଷ: ପାରିବାରିକ ସମସ୍ୟାକୁ ନେଇ କଳହ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ମାନସମ୍ମାନ ହାନୀ ହେବ। ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ ଶତ୍ରୃ ବୃଦ୍ଧି ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ନ ମିଳିବାରୁ ମନ ଦୁଃଖ ରହିବ ।

ମିଥୁନ: ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ପୂଜାପୁଜିରେ ଅଧିକ ସମୟ ଦେବେ । ବ୍ୟବସାୟରେ ଲାଭ ମିଳିବା ସହିତ ବାକି ଅର୍ଥ ପ୍ରାପ୍ତି ହେବ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।

ମକର: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ନିର୍ମାଣାଧୀନ କାର୍ଯ୍ୟରେ ବାଧାବିଘ୍ନ ଘଟିବ । ସ୍ୱାମୀସ୍ତ୍ରୀ ମଧ୍ୟରେ ପ୍ରେମ ବୃଦ୍ଧି ହେବ । ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ।  

କୁମ୍ଭ: ବହୁଦିନରୁ ଅଟକିଥିବା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ । ନୂଆ ଅନୁଷ୍ଠାନ ଗଢିବା ପାଇଁ ସୁଯୋଗ ମିଳିବ । ସମାଜସେବା କାର୍ଯ୍ୟରେ ନିଜକୁ ନିୟୋଜିତ କରି ଖୁସି ଅନୁଭବ କରିବେ ଓ ମାନସମ୍ମାନ ପ୍ରାପ୍ତି ହେବ ।

ମୀନ: ବ୍ୟବସାୟରେ ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ । ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ ବୋଲି ପ୍ରତିଶୃତି ଦେବେ। ଛାତ୍ରଛାତ୍ରୀ ପାଠପଢ଼ାରେ ମନ ବଳାଇବେ ଏବଂ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/UnFXqwZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages