ସରକଷକରମଙକ ଏନକଉଣଟରର ଆତଙକବଦ ନହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 15, 2023

ସରକଷକରମଙକ ଏନକଉଣଟରର ଆତଙକବଦ ନହତ

ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ଆଜି ଭୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ମିଳିତ ଭାବେ ଏହି ଏନ୍‌କାଉଣ୍ଟର କରାଯାଇଥିଲା।

ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିଲା। ଉକ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇବା ପରେ ସେଠାରେ ସେନା ଓ ରାଜ୍ୟ ପୁଲିସ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା। ଏହି ଅପରେସନ ବେଳେ ଆତଙ୍କବାଦୀଙ୍କ ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା। ତେବେ ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଥିଲେ। ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ପୂର୍ବରୁ ଜୁନ୍ ୧୩ ତାରିଖରେ କୁପୱାଡ଼ାରେ ନିୟନ୍ତ୍ରଣ ରେଖା ନିକଟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏହି ଅପରେସନରେ ମଧ୍ୟ ଭାରତୀୟ ସେନାର ଯବାନ ଓ ରାଜ୍ୟ ପୁଲିସ କର୍ମଚାରୀ ସାମିଲ ହୋଇଥିଲେ। ସେହିଭଳି ଜୁନ୍ ୨ ତାରିଖରେ ରାଜ୍ୟର ରଜୌରୀ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିତରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/fa6EuOK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages