ଜନ ଗରବର: ପଲଙକ ଆଚରଣ ଖବ ବଧବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 28, 2023

ଜନ ଗରବର: ପଲଙକ ଆଚରଣ ଖବ ବଧବ

ମେଷ: ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ। ସନ୍ତାନ ମାନଙ୍କର ସ୍ଵଭାଵ ଆଚରଣ ଠିକ ରହିବାରୁ ବାପାମା' ଖୁସି ହେବେ ।

ବୃଷ: ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ବ୍ୟବସାୟରେ ଲାଭ ପାଇବେ ଏବଂ ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।

ମିଥୁନ: କର୍ମକ୍ଷେତ୍ରରେ ଭଲ କାମ କଲେ ମଧ୍ୟ ଅପବାଦ ମିଳିବାର ସମ୍ଭାବନା ରହିଛି । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଆଶାନୁସାରେ ଫଳ ମିଳିବ ନାହିଁ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ କଳହ ହେବ ଓ ପିଲାମାନଙ୍କ ପାଇଁ ଚିନ୍ତା ବୃଦ୍ଧି ହେବ ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।

ମକର: ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେବେ । ବ୍ୟବସାୟରେ ଲାଭ ମିଳିବ ଓ ଯାନବାହାନ କ୍ରୟ କରିବା ପାଇଁ ମନ ବଳାଇବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଘରକୁ ଅତିଥି ଆସିବେ ।

କୁମ୍ଭ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ ପରିବାରରେ ଅଶାନ୍ତି ସୃଷ୍ଟି ହେବ । ବହୁଦିନରୁ ଅଟକିଥିବା କାର୍ଯ୍ୟ ପାଇଁ ଶୁଭ ଖବର ଶୁଣିବେ ଓ ଅର୍ଥପ୍ରାପ୍ତି ହେବ। ପିଲାମାନଙ୍କର ପାଠପଢ଼ାରେ ଉନ୍ନତି ସହିତ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

ମୀନ: ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ । ସ୍ୱାସ୍ଥ୍ୟଜନିତ ସମସ୍ୟା ପାଇଁ ଅଚାନକ ଅର୍ଥର ଆବଶ୍ୟକ ହେବାରୁ ବନ୍ଧୁ ସାହାଯ୍ୟ କରିବେ । ପିଲାମାନଙ୍କର ବାପାମାଙ୍କ ପ୍ରତି ସ୍ଵଭାଵ ଆଚରଣ ଭଲ ରହିବ ନାହିଁ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/MT7Cx3n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages