ଦଇ ବଇକ ମହମହ ଧକକ; ଜଣ ମତ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 3, 2023

ଦଇ ବଇକ ମହମହ ଧକକ; ଜଣ ମତ ଆହତ

ମାଲକାନଗିରି  ଜିଲ୍ଲା ସୀମାନ୍ତ ଟିଟିବିରି ନିକଟରେ ଗତକାଲି ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଆହତ ମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ଛତିଶଗଡକୁ ସଂଯୋଗ କରୁଥିବା ଟିଟିବିରି ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ପୁଲିସ ଓ ସ୍ଥାନୀୟ ଲୋକେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି।

ପୁଲିସ ୨ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।  ଦୁର୍ଘଟଣାରେ ଗାଡ଼ି ଦୁଇଟି ଭାଙ୍ଗିରୁଜି ଯାଇଛି। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/dlJhN4T

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages