ଜଲଇ ସମବର: ଅନୟମନସକତ ହତ ଦରବୟହନ ହଇପର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 2, 2023

ଜଲଇ ସମବର: ଅନୟମନସକତ ହତ ଦରବୟହନ ହଇପର

ମେଷ: ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ସରଳୀକୃତ ହେବ, ମନାନ୍ତର ମତାନ୍ତର ଦୂର ହୋଇଯିବ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ସହ ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ ଏବଂ କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ । ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜିଯାଇପାରେ । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

କର୍କଟ: ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ, ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ।

ସିଂହ : ମନ ଅସ୍ଥିର ରହିବ । କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି, ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା: ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିପାରିବେ। କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟାଳୟ କିମ୍ବା କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଦିନଟି ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ନିଜ ପରିସରରେ ପିଲାମାନଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।

ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଅସନ୍ତୁଷ୍ଟ ରହି ପାରନ୍ତି। ପରିବାରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ ହେବ। ଆଜି ଦିନଟି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ତଥା ପରିବହନ ସକାଶେ ବହୁତ ଭଲ ।

ଧନୁ: ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । କରଜଦାତାଙ୍କ ଚାପ ପଡ଼ିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ଚତୁରତାର ସହ ସାମ୍ନା କରି କୃତକାର୍ଯ୍ୟ ହେବେ ।

ମକର: ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। କିନ୍ତୁ ଅଗ୍ନି, ଜଳ ଓ ବିଦ୍ୟୁତ ପ୍ରତି ସାବଧାନ ରହିବା ଭଲ। ଆକସ୍ମିକ ଭାବେ ଖର୍ଚ୍ଚଭାର ବୃଦ୍ଧି ପାଇବା ହେତୁ ଚିନ୍ତା ପ୍ରକଟ କରିପାରନ୍ତି । କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ବ୍ୟବସାୟ, ବାଣିଜ୍ୟରେ ଲାଭବାନ ହେବେ, କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ମୀନ: ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/jkSGigJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages