ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନର ଏକ ହୋଟେଲରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ଘର ବ୍ରହ୍ମଗିରି ଅଞ୍ଚଳର ବୋଲି ଜଣାପଡିଛି। ସେ ଏକ ମୋବାଇଲ କମ୍ପାନୀରେ କାମ କରୁଥିଲେ।
ସୂଚନାଅନୁସାରେ, ଯୁବତୀ ଜଣଙ୍କ କମ୍ପାନୀ କାମରେ ନିଜର ସହକର୍ମୀଙ୍କ ସହ ଭୁବନେଶ୍ୱର ଆସିଥିଲେ। ହୋଟେଲର ଗୋଟିଏ ରୁମରେ ଯୁବତୀ ତାଙ୍କ ସହକର୍ମୀ ରହିଥିଲେ। ଆଜି ସକାଳେ ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଯୁବତୀଙ୍କ ସାଙ୍ଗରେ ଆସିଥିବା ସହକର୍ମୀଙ୍କର କୌଣସି ପତ୍ତା ମିଳୁନାହିଁ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି।
ଅନ୍ୟପକ୍ଷରେ ଯୁବତୀଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ପୁଲିସ ହୋଟେଲରେ ଲାଗିଥିବା ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି। ଯୁବତୀଙ୍କୁ କିଏ ହତ୍ୟା କରିଛି ନା ଆଉ କିଛି କାରଣ ଅଛି ତାର କାରଣ ଜଣାପଡ଼ିନାହିଁ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/XJwShT8
No comments:
Post a Comment