ଘର ଉପରକୁ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ କୃଷ୍ଣନଗର ବାଘୁଆ ଗାଁରେ। ଆହତମାନେ ହେଲେ ଶାଶୁ କଳ୍ପନା ଗିରି (୬୦ବର୍ଷ ) ଓ ବୋହୂ ମନୀଷା ଦାସ (୨୨ବର୍ଷ ) l ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଚିପ୍ସ ବୋଝ ହାଇୱାଟି ତାଳଚୁଆ ଅଭିମୁଖେ ଯାଉଥିଲା। ବର୍ଷା ଯୋଗୁ ରାସ୍ତା ଖରାପ ହୋଇଥିବାରୁ ହାଇୱାଟି ରାସ୍ତାକଡ଼ରେ ଥିବା ଏକ ଘରେ ଉପରେ ମାଡ଼ି ଯାଇଥିଲା। ପରେ ଓଲଟି ପଡ଼ିଥିଲା । ଏହି ସମୟରେ ଘରେ ଶାଶୁ ଓ ବୋହୂ ଘରେ ଶୋଇଥିଲେ।
ସ୍ଥାନୀୟ ଲୋକେ ଏହା ଦେଖି ଦୌଡ଼ି ଆସିଥିଲେ। ପରେ ସେମାନଙ୍କୁ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଦୁର୍ଘଟଣାରେ ହାଇୱା ଡ୍ରାଇଭରର କିଛି ହୋଇ ନାହିଁ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/51J6rfQ
No comments:
Post a Comment