ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ଘଟିଛି ସମ୍ବଲପୁର ଜିଲ୍ଲାରେ। ନିଖୋଜ ଯୁବକ ହେଲେ ସମୀରଣ ପ୍ରଧାନ। ତାଙ୍କ ଘର ନାକଟିଦେଉଳ ବ୍ଲକ ଅନ୍ତର୍ଗତ ପାଟୁଳିଢିପ ଗାଁରେ ବୋଲି ସୂଚନା ମିଳିଛି। ସମୀରଣ ସମ୍ବଲପୁରରେ ଏକ ଘରୋଇ ଶିଳ୍ପ ସଂସ୍ଥାରେ ଚାକିରି କରୁଥିଲେ।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ସମୀରଣ ସ୍କୁଟି ନେଇ ଆସି ଚାଉଁରପୁର ପୋଲ ଉପରେ ଗାଡ଼ି ରଖିଥିଲେ। ପରେ ଚପଲ ଓ ମୋବାଇଲ ଫୋନ ରଖି ପୋଲ ଉପରରୁ ତଳକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ରାତି ଅଧିକ ହୋଇଯାଇଥିବାରୁ ଅଗ୍ନିଶମ ବାହିନୀ ଯୁବକଙ୍କୁ ଖୋଜାଖୋଜି କରିନଥିଲେ। ଆଜି ସକାଳେ ଅଗ୍ନିଶମ ବାହିନୀ ପହଞ୍ଚି ଯୁବକଙ୍କୁ ଖୋଜାଖୋଜି କରୁଛନ୍ତି।
ସମୀରଣ ନିଜ ସ୍ତ୍ରୀ ଓ ୨ ପିଲାଙ୍କ ସହ ସମ୍ବଲପୁରରେ ଘର ଭଡ଼ା ନେଇ ରହୁଥିଲେ। ସମୀରଣ କେଉଁ କାରଣ ପାଇଁ ମହାନଦୀକୁ ଡେଇଁ ଆତ୍ମହତ୍ୟା କଲେ ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ପାରିବାରିକ କଳହ ନା ଆଉ କିଛି କାରଣ ତାହା ଜଣାପଡ଼ିନାହିଁ। ଏନେଇ ସମୀକରଣଙ୍କ ପରିବାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/2vcFJ19
No comments:
Post a Comment