ଆଜି କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: କରିବେ ମା’ କଟକ ଚଣ୍ଡୀଙ୍କ ଦର୍ଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 25, 2023

ଆଜି କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: କରିବେ ମା’ କଟକ ଚଣ୍ଡୀଙ୍କ ଦର୍ଶନ

୩ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। କଟକରେ ରାଷ୍ଟ୍ରପତିଙ୍କ ଦିନ ତମାମ କାର୍ଯ୍ୟକ୍ରମ ରହିଛି। ସକାଳ ୮ଟାରେ ରାଷ୍ଟ୍ରପତି ରାଜଭବନରୁ ବାହାରି ସଡ଼କ ପଥରେ କଟକ ଯିବେ। କଟକରେ ପହଞ୍ଚି ମା’ କଟକ ଚଣ୍ଡୀଙ୍କ ଦଶର୍ନ କରିବେ। ସେଠାରେ ପ୍ରାୟ ୧୫ ମିନିଟ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ସେଥିପାଇଁ ସଡ଼କ ପଥରେ ଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂର୍ବରୁ ରାଷ୍ଟ୍ରପତି ହେଲିକପ୍ଟରରେ କଟକ ଗସ୍ତ କରିବେ ବୋଲି ଧାର୍ଯ୍ୟ ହୋଇଥିଲା।

ରାଷ୍ଟ୍ରପତି ପ୍ରଥମେ ମାଆ କଟକ ଚଣ୍ଡୀଙ୍କ ଦର୍ଶନ କରି ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନରେ ଯିବେ। ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ବୁଲିବା କାର୍ଯ୍ୟକ୍ରମ ରହିଛି। ୧୦ଟା ୪୫ରେ କଟକ ଇଣ୍ଡୋର ଷ୍ଟାଡିୟମରେ ପହଞ୍ଚିବେ ରାଷ୍ଟ୍ରପତି। ସେଠାରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ପରେ ଜଷ୍ଟିସ ସଂଗ୍ରହାଳୟ ବୁଲି ଓଡ଼ିଶା ହାଇକୋର୍ଟ ଜଜ୍ ଲାଉଞ୍ଜରେ ମଧ୍ୟାହ୍ନ ଭୋଜନ କରିବେ।

ପରେ ୨ଟା ୫୦ରେ ଏସସିବି ମେଡିକାଲ କଲେଜ୍ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି।
ଅପରାହ୍ଣ ୪ଟା ୧୫ରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ସେଠାରୁ ସଂଧ୍ୟା ୬ଟା ୩୦ରେ କାର୍ଯ୍ୟକ୍ରମ ସାରି ପୁଣି ରାଜଭବନ ଅଭିମୁଖେ ଫେରିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶା ହାଇକୋର୍ଟଙ୍କ ରେଜିଷ୍ଟାର ଜେନେରାଲଙ୍କ ଅନୁରୋଧ କ୍ରମେ କଟକସ୍ଥିତ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ରାଜସ୍ବ
ବିଭାଗ କମିଶନର ଘୋଷଣା କରିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/pbBILdw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages