ବସ୍‌କୁ ଧକ୍କା ଦେଲା ଟ୍ରକ୍‌; ୮ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 13, 2023

ବସ୍‌କୁ ଧକ୍କା ଦେଲା ଟ୍ରକ୍‌; ୮ ଆହତ

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଶାନ୍ତିଆ ବାଇପାସ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌କୁ ଟ୍ରକ୍ ପଛପଟୁ ଧକ୍କା ଦେବାରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ୮ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ପ୍ରଧାନ ନାମକ ଘରୋଇ ବସ୍ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀକୁ ନେଇ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଏହି ସମୟରେ ଶାନ୍ତିଆ ବାଇପାସ ନିକଟରେ ଏକ ଟ୍ରକ୍ ବସ୍‌କୁ ପଛ ପଟୁ ଟ୍ରକ ଧକ୍କା ଦେଇଥିଲା। ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଓ ପୁଲିସ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଜଳେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ  ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। 

ଜଳେଶ୍ୱର ପୁଲିସ ବସ୍‌ ଓ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାରେ ଟ୍ରକ୍‌  ଡ୍ରାଇଭର ଓ  ହେଲପରଙ୍କର କିଛି ହୋଇ ନାହିଁ। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/kWbyKCf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages