କାର୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା; ୬ ମୃତ, କଂଗ୍ରେସ ନେତାଙ୍କ ଭଣଜା ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 16, 2023

କାର୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା; ୬ ମୃତ, କଂଗ୍ରେସ ନେତାଙ୍କ ଭଣଜା ଗୁରୁତର

ମଧ୍ୟପ୍ରଦେଶର ସାଗର ଜିଲ୍ଲା ସାନୋଧା ଥାନା ଅଞ୍ଚଳରେ ଗତକାଲି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହିଁମୁହିଁ ଧକ୍କା ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ମୁକେଶ ରେକୱାର, ପଙ୍କଜ ରେକୱାର,ବ୍ରଜେଶ ଠାକୁର, ଅର୍ପିତ ଜୈନ,ଗଣେଶ ରେକୱାର ଓ ପବନ ରେକୱାର। ଆହତ ଜଣଙ୍କ ହେଲେ କଂଗ୍ରେସ ନେତା ତଥା ପୂର୍ବ ପ୍ରଦେଶ ଉପାଧ୍ୟକ୍ଷ ଅମିତ ରାମଜୀ ଦୁବେଙ୍କ ଭଣଜା ଅମରଦୀପ ଦୁବେ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ଅମରଦୀପ ତାଙ୍କର ୬ଜଣ ସାଙ୍ଗ ଏକ କାର୍‌ରେ ଗଢାକୋଟା ଯାଉଥିଲେ। ଏହି ସମୟରେ ସାନୋଧା ଥାନା ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍‌ ସହ ତାଙ୍କ କାର୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୪ଜଣଙ୍କର ମୃତ୍ୟୁ ଘଟିଥିଲା।

ଅମରଦୀପଙ୍କ ସମେତ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅମରଦୀପ ଏବେ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଦୁର୍ଘଟଣାରେ କାର୍‌ର ସମ୍ମୁଖ ଅଂଶ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ପୁଲିସ ୨ଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/arpyR4O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages