୩୦ ଯାଏଁ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 26, 2023

୩୦ ଯାଏଁ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି,ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୮ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର,ବରଗଡ଼ ଓ ମୟୂରଗଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୯ ତାରିଖରେ କଳାହାଣ୍ଡି,ବଲାଙ୍ଗିର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖରେ ଝାରସୁଗୁଡ଼ା,ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର,ବଲାଙ୍ଗିର, ସୋନପୁର, ଅନୁଗୋଳ ଢ଼େଙ୍କାନାଳ ,କଟକ, କେନ୍ଦୁଘର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ସକାଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ଲାଗି ରହିବା ଯୋଗୁ ଅତଳିଆ ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ଏବଂ ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ziwJ2fD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages