ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ସକଳେ ଟ୍ୱିନ୍ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳର ଝିପିଟିପି ବର୍ଷା ଲାଗି ରହିଛି। ଆଜିଠୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଓ ବରଗଡ଼ ।
ସେହିପରି ରବିବାର ଅର୍ଥାତ ୧୬ ତାରିଖରେ ବରଗଡ଼, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ଅର୍ଥାତ ୧୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ବରଗଡ଼, ସମ୍ୱଲପୁର, ଦେବଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ଅର୍ଥାତ ୧୮ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/wGOv5xe
No comments:
Post a Comment