ଟ୍ରକ୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା, ୨ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 14, 2023

ଟ୍ରକ୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା, ୨ମୃତ

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତଳନଗରରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ଜଣ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସୋର ଥାନା ମାଣତ୍ରୀ ଗାଁର। ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ତାଙ୍କ ମୁଣ୍ଡ ଉପରେ ଟ୍ରକ୍‌ ଚଢ଼ିଯାଇଥିବାରୁ ପରିଚୟ ଅସ୍ପଷ୍ଟ ରହିଛି।

ଗତକାଲି ରାତି ୨ଟା ସମୟରେ ଦୁଇ ଜଣ ଯୁବକ ବାଇକ୍‌ରେ ଭଦ୍ରକରୁ କାମ ସାରି ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିଲା।

ସ୍ଥାନୀୟ ଲୋକେ ଦୁର୍ଘଟଣା ବିଷୟରେ ପୁଲିସକୁ ଅବଗତ କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଗାଡ଼ି ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ZH1yiTX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages