ଆନନଦ ଟପପ ମତୟ ମମଲ: କରଇମବରଞଚ ତଦନତ ନରଦଦଶ ଦଲ ହଇକରଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 6, 2023

ଆନନଦ ଟପପ ମତୟ ମମଲ: କରଇମବରଞଚ ତଦନତ ନରଦଦଶ ଦଲ ହଇକରଟ

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ହକିତାରକ ବୀରେନ୍ଦ୍ର ଲାକ୍ରା ପାଇଁ ଅଡୁଆ ବଢ଼ିଛି। ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଜଣେ DIG ପାହ୍ୟାର ଅଧିକାରୀ ଏହି ଘଟଣାର ତଦନ୍ତ କରିବ କୋର୍ଟ ତାଙ୍କ ରାୟରେ ଶୁଣାଇଛନ୍ତି। ଏହାସହ ଚାର୍ଜସିଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଖୁବଶୀଘ୍ର କ୍ରାଇମ୍ ବ୍ରାଞ୍ଚ ତଦନ୍ତ କରିବ ବୋଲି ସୂଚନା ମିଳିଛି।

ପୂର୍ବରୁ ବୀରେନ୍ଦ୍ରଙ୍କୁ କ୍ଲିନଚିଟ୍ ଦେଇଥିଲା କମିଶନରେଟ ପୁଲିସ୍। ଏହା ସହିତ ଆନନ୍ଦଙ୍କ ମୃତ୍ୟୁ ଆତ୍ମହତ୍ୟା ଜନିତ ବୋଲି ପୁଲିସ୍ କହିଥିଲା। ।

ଗତବର୍ଷ ଫେବ୍ରୁଆରୀ ୨୮ ତାରିଖ ଦିନ ପ୍ରାୟ ୧୨ଟା ବେଳେ ଭୁବନେଶ୍ୱରର ଇନଫୋସିଟି ଥାନା ଅନ୍ତର୍ଗତ ଆୟୁଷ ରେଡିୟମ ଆପାର୍ଟମେଣ୍ଟର ଫ୍ଲାଟ୍ ନମ୍ବର ୪୦୧ରେ ବେକରେ ଶାଢ଼ୀ ଲଗାଇ ଆନନ୍ଦ ଆତ୍ମହତ୍ୟା କରିଥିଲେ ଆନନ୍ଦ।  ଏନେଇ ବୀରେନ୍ଦ୍ର ଫୋନ୍‌ କରି ଆନନ୍ଦଙ୍କ ବାପା ବନ୍ଧନ ଟପ୍ପୋଙ୍କୁ ସୂଚନା ଦେଇଥିଲେ। ଏହା ପରେ ଆନନ୍ଦଙ୍କ ବାପା ବନ୍ଧନ ଭୁବନେଶ୍ୱରରେ ଆସିଥିଲେ।

ଆନନ୍ଦଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବା ତାଙ୍କ ବାପା ଅଭିଯୋଗ କରିଥିଲେ। ଏଥିରେ ବୀରେନ୍ଦ୍ର ଲାକ୍ରାଙ୍କ ସହିତ ଆନନ୍ଦଙ୍କ ବାନ୍ଧବୀ ମଞ୍ଜିତ ଟପ୍ପୋ ସାମିଲ ଥିବା ସେ ଅଭିଯୋଗ କରିଥିଲେ। ବୀରେନ୍ଦ୍ରଙ୍କ ନାଁରେ ଇନ୍‌ଫୋସିଟି ଥାନାରେ ଲିଖିତ ଅଭିଯୋଗ କରିଥିଲେ ଆନନ୍ଦଙ୍କ ବାପା ବନ୍ଧନ ଟପ୍ପୋ। ହେଲେ ପୁଲିସ୍‌ ଅଭିଯୋଗ ଗ୍ରହଣ କରିନଥିବା ଅଭିଯୋଗ ହୋଇଥିଲା। ପୁଲିସ୍‌ ମାମଲା ରୁଜୁ ନକରିବାରୁ ବନ୍ଧନ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଘଟଣାର ସାନି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/lsT8C3k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages