କାଉଡିଆଙ୍କ ଉପରେ ମାଡ଼ିଗଲା କାର୍‌;୨ ମୃତ, ୧୧ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 20, 2023

କାଉଡିଆଙ୍କ ଉପରେ ମାଡ଼ିଗଲା କାର୍‌;୨ ମୃତ, ୧୧ ଆହତ

ପାଣି ଭାର ନେଇ ଦେବ ଦେବ ମହାଦେବଙ୍କ ପାଖକୁ ଯାଉଥିବା ବେଳେ କାଉଡିଆଙ୍କ ଉପରେ ମାଡ଼ିଗଲା କାର୍‌। ଦୁର୍ଘଟଣାରେ ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଇ ଏବଂ ଭେଜିପୁଟ ମଝି ରାସ୍ତାରେ। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା(୩୨) ଓ ଅନିତା କୁମାରୀ ଜେନା(୩୮)। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି  ବିଳମ୍ବିତ  ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା ତାଡ଼କେଶ୍ୱର ମନ୍ଦିରକୁ ପାଣିଭାର ନେଇ ଯାଉଥିଲେ। ଏହି ସମୟରେ ଏକ କାର୍‌ ଦ୍ରୁତ ଗତିରେ ଆସି କାଉଡିଆଙ୍କ ଉପରେ ମାଡ଼ି ଯାଇଥିଲା। ପରେ କାର୍‌ଟି ବିଲ ଭିତରକୁ ପଶି ଯାଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ଆହତମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।

ଦୁର୍ଘଟଣାପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ଏହି ଘଟଣାକୁ  ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/OVWq7aD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages