ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ; ସବୁଠୁ ଆଗରେ ଚାଷୀଙ୍କ ସ୍ୱାର୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 14, 2023

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ; ସବୁଠୁ ଆଗରେ ଚାଷୀଙ୍କ ସ୍ୱାର୍ଥ

ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ପାଳିତ ହୋଇଯାଇଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମିଳିତ ପରେଡର ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଓ  ଦେଶ ମାତୃତ୍ୱ ପାଇଁ କାମ କରି ସହିଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ୱାଧୀନତା ସଂଗ୍ରାମ ବିଶ୍ୱରେ ନୂଆ ଯୁଗ ଆରମ୍ଭ କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଆଣି ଦେଇଥିଲା। ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠା କରିପାରିଛି। ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଚନ୍ଦ୍ରଯାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୌରବ ବଢ଼ାଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି। ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ, ଭିତ୍ତିଭୂମିର ବିକାଶ ହୋଇଛି। ଅର୍ଥନୀତିରେ ସମୃଦ୍ଧ ହୋଇଛି। ଗରିବୀ କମିଛି, ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସିଛି। ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି। ବ୍ୟାଙ୍କ ନ ଥିବା ୩,୩୭୩ ପଞ୍ଚାୟତରେ ବ୍ୟାଙ୍କିଂ ଆଉଟଲେଟ ଖୋଲିବ। ମଧୁବାବୁ ପେନ୍‌ସନ ଯୋଜନାରେ ଆଉ ୪ ବର୍ଗ ସାମିଲ କରାଯାଇଛି। ଆଜିଠାରୁ ନୂଆ ହିତାଧିକାରୀମାନେ ଏହି ସୁବିଧା ପାଇବେ। 

ଏସଏଚ୍‌ଜି ମହିଳାଙ୍କ ଉପରେ ବକ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ, କହିଛନ୍ତି- ବିଏସ୍‌କେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି। ଏସଏଚ୍‌ଜି ଆଜି ମାଆ ମାନଙ୍କ ବିକାଶର ଇଞ୍ଜିନ ହୋଇଛି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଚାଷୀର ସ୍ୱାର୍ଥ ସବୁବେଳେ ଫୋକସ୍‌ରେ ରହିଛି। ଗରିବ, ଚାଷୀ, ମହିଳା, ଜନଜାତିକୁ ନେଇ ଆଗକୁ ବଢ଼ିବା। ଏକ ସମୃଦ୍ଧ ଓଡ଼ିଶା ଓ ରୂପାନ୍ତରିତ ଓଡ଼ିଶା ପାଇଁ ସଂକଳ୍ପ ନେବା। ନୂଆ ଓଡ଼ିଶା ଯୋଜନାରେ ବର୍ଷକୁ ୧ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ସମେତ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଓ ପୁଲିସ କମିଶନନ ସହ ବହୁ ବିଶିଷ୍ଟି ବ୍ୟକ୍ତି ଉପସ୍ଥିତ ଥିଲେ। 

ଏହାସହ ଆୟୋଜିତ ପରେଡରେ ମାତ୍ର ୫ଟି କଣ୍ଟିନଜେଣ୍ଟ ଭାଗ ନେଇଥିଲେ। SSB, OSAP, ଓଡ୍ରାଫ, ରାଜ୍ୟ ପୁଲିସ ବ୍ୟାଣ୍ଡ ସହିତ ଛତିଶଗଡ଼ ପୁଲିସର ଏକ ଟିମ୍ ସାମିଲ ହୋଇଥିଲେ। ପରେଡର ନେତୃତ୍ୱ ନେଇଥିଲେ ଆଇପିଏସ୍ ଅଙ୍କିତ ବର୍ମା। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଲାଗି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ଦାୟିତ୍ୱରେ ମୋଟ ୧୫ ପ୍ଲାଟୁନ ପୁଲିସ ଫୋର୍ସ ଏବଂ ୧୦୦ ଜଣ ଅଫିସର ମୁତୟନ ରହିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zHmkTVA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages