ଦୁର୍ଘଟଣାରେ ଆଖି ବୁଜିଲା କଲରାପତରିଆ ବାଘ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 8, 2023

ଦୁର୍ଘଟଣାରେ ଆଖି ବୁଜିଲା କଲରାପତରିଆ ବାଘ

ଦୁର୍ଘଟଣାରେ ଆଖି ବୁଜିଲା କଲରାପତରିଆ ବାଘ। ଏପରି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ମୂଜାଗଡ଼ ଗାଁ ନିକଟରେ ଘଟିଛି।

ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ କୌଣସି ଏକ ଭାରିଯାନ ଧକ୍କାରେ ବାଘଟି ଗୁରୁତର ହୋଇ ଛଟପଟ ହେଉଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବନ ବିଭାଗ କର୍ମଚାରୀ ଓ ଭଞ୍ଜନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ।

ଗୁରୁତର ବାଘକୁ ତୁରନ୍ତ ଭଞ୍ଜନଗର ପ୍ରାଣୀ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବାଘଟିର ମୃତ୍ୟୁ ହୋଇଥିଲା। ବାଘଟିର ବୟସ ୪ରୁ ୫ ବର୍ଷ ହୋଇଥିବା ଅନୁମାନ କରାଯାଉଛି।

ତେବେ କଲରାପତରିଆ ବାଘର କେମିତି ଦୁର୍ଘଟଣା ହେଲା, କେଉଁ ଗାଡ଼ି ଧକ୍କାରେ ତା’ର ଜୀବନ ଗଲା ତାହାର ତଦନ୍ତ କରୁଛି ବନ ବିଭାଗ। ଆଜି ଭଞ୍ଜନଗର ନର୍ସରୀରେ ମୃତ ବାଘଟିର ବ୍ୟବଚ୍ଛେଦ ହେବା ପରେ ସେଠାରେ ହିଁ ତାକୁ ପୋତି ଦିଆଯିବ । ଏନେଇ ଉପରିସ୍ଥ ଅଧିକାରୀଙ୍କ କୌଣସି ମତାମତ ମିଳି ପାରିନି। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/lwQh3W1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages