ରାଜ୍ୟରେ ବଢୁଛି ଡେଙ୍ଗୁ ସଂକ୍ରମଣ; ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଡେଙ୍ଗୁ ରୋଗୀ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 24, 2023

ରାଜ୍ୟରେ ବଢୁଛି ଡେଙ୍ଗୁ ସଂକ୍ରମଣ; ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଡେଙ୍ଗୁ ରୋଗୀ ଚିହ୍ନଟ

ରାଜ୍ୟରେ ଡେଙ୍ଗୁ ସ୍ଥିତି ଅଣାୟତ ହୋଇପଡ଼ିଛି। ଦିନକୁ ଦିନ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି। ଅଗଷ୍ଟ ୨୩ ତାରିଖ ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ୨୭ଶହ ପାର କରିସାରିଛି। ଖୋର୍ଦ୍ଧା ଜିଲ୍ଲା ଡେଙ୍ଗୁର ହଟସ୍ପଟ୍‌ ପାଲିଟିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୩୩୨ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

ଭୁବନେଶ୍ୱର ସ୍ଥିତ ନୟାପଲ୍ଳୀ ଅଞ୍ଚଳରୁ ୧୧୧ଜଣ ଡେଙ୍ଗୁ ଚିହ୍ନଟ କରାଯାଇଥିବା ଆଚାର୍ଯ୍ୟ ବିହାରରୁ ୧୦୫, ଜୟଦେବ ବିହାରରୁ ୬୬, ୟୁନିଟ୍‌ ୯ରୁ ୫୯, ସହିଦ ନଗରରୁ ୫୬, ୟୁନିଟ୍ ୪ରୁ ୫୦ ଓ ସତ୍ୟନଗରରୁ ୪୯ ଜଣ ଡେଙ୍ଗୁ ରୋଗୀ ଚହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୨୭୦, ବାଲେଶ୍ୱରରୁ ୨୪୮, କଟକରୁ ୧୭୩ ଓ ଜଗତସିଂହପୁରରୁ ୧୫୬ଜଣ ରୋଗୀ ଚିହ୍ନଟ କରାଯାଇଛି।

ପ୍ରତିଦିନ ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ୬୦୦ରୁ ୮୦୦ ରକ୍ତ ନମୂନା ପରୀକ୍ଷା କରାଯାଉଥିବା ବେଳେ ସେଥିରୁ ୭୦ରୁ ୮୦ ପିଜିଟିଭ ଚିହ୍ନଟ ହେଉଛନ୍ତି। ଏଯାବତ୍ ରାଜ୍ୟରେ ୪୦ହଜାର ୬୧୭ଜଣଙ୍କ ରକ୍ତ ନମୂନା ପରୀକ୍ଷା କରାଯାଇଥିବା ସୂଚନା ମିଳିଛି।

ଗତବର୍ଷ ଅଗଷ୍ଟ ମାସ ୨୩ ତାରିଖ ସୁଦ୍ଧା ରାଜ୍ୟରେ ୧୮୪୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଗତବର୍ଷ  ତୁଳନାରେ ଚଳିତ ବର୍ଷ୫୦ ପ୍ରତିଶତ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଯାହା ଚିନ୍ତାର କାରଣ ପାଲଟିଛି। ଡେଙ୍ଗୁ ସ୍ଥିତି ମୁକାବିଲା କରିବା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। କ୍ୟାପିଟାଲ ହସ୍‌ପିଟାଲରେ ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର ସହିତ ସିଏଚସିରେ ଡେଙ୍ଗୁ ୱାର୍ଡ ଖୋଲିବାକୁ ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ। ଏହାସହ ସିଏଚସି ଗୁଡ଼ିକରେ ୧୦ଟି ଲେଖାଏଁ ବେଡ୍ ଡେଙ୍ଗୁ ରୋଗୀଙ୍କ ପାଇଁ ରହିବ ବୋଲି  ନିଷ୍ପତ୍ତି ନିଆଯାଇଛି। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/it2oAG7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages