ଆଜି ଭୁବନେଶ୍ୱର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାତି ୧୦ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଛି। ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାସହ ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ।
ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ। ଯେଉଁଠି ଦଳୀୟ ସଂଗଠନର ସ୍ଥିତି ଓ ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ ଦୂର କାର୍ଯ୍ୟକାରୀ ହୋଇଛି ସେ ସଂପର୍କରେ ସମୀକ୍ଷା କରିବେ ଶାହ।
୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ। ରାଜ୍ୟରେ ଆଗୁଆ ବିଧାନସଭା ନିର୍ବାଚନ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏହାରି ଭିତରେ ଶାହଙ୍କ ଏହି ଗସ୍ତ ବିଜେପି ପାଇଁ କେତେ ସହାୟକ ହେବ ତା’ଉପରେ ନଜର ରହିଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Ua0HubN
No comments:
Post a Comment