ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଶୁଭକର୍ମର ସୁଯୋଗ ପାଇବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ପାଇବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।
ବୃଷ: ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ । ପୁରାତନ ରୋଗର ଉପଶମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି ହେବାସହ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ।
ମିଥୁନ: ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ସୁସମ୍ବାଦ ପ୍ରାପ୍ତି ହେବ ।
କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।
ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।
କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।
ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।
ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।
ମକର: ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂତନ ବ୍ୟବସାୟ ଆରମ୍ଭ କରିପାରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ।
କୁମ୍ଭ: ସରକାରୀ କାମରେ ସଫଳତା ପାଇବା ସହ ପାରିବାରିକ ମାମଲା ବହୁତ ଶାନ୍ତିପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ।
ମୀନ: ସାମାଜିକ ପତିଆରା ଅମଳିନ ରହିବା ସହ ରାଜନୀତି କ୍ଷେତ୍ରରେ ସଫଳ ହେବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିବା ଉଚିତ୍। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଅଡ଼ୁଆରେ ପଡିବେ ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/MeqHrZ8
No comments:
Post a Comment