ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 16, 2023

ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଆଜି ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ।

ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ଆଜି ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା ।

ଉଲ୍ଲେଖ ଯୋଗ୍ୟ, ୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି । ଶ୍ରୀ ମେହେଟ୍ଟା ଆସନ୍ତାକାଲି ଦିଲ୍ଲୀରେ ପହଂଚିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କ ଶେଷଦର୍ଶନ ପାଇଁ ଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି ।

ବିଜେଡି ସଂଗଠନ ସମ୍ପାଦକ ପ୍ରଣବପ୍ରକାଶ ଦାସ ଆଜି ସକାଳୁ ଦିଲ୍ଲୀ ଗସ୍ତ କରିଥିବା ସୂଚନା ମିଳିଛି। ସେଠାରେ ରହି ତାଙ୍କ ଶେଷକୃତ୍ୟ ଆଦିର ତଦାରଖ କରିବେ ବୋଲି ଜଣାପଡ଼ିଛି।

ଗୀତାଙ୍କ ବିୟୋଗରେ ତାଙ୍କ ଭାଇ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେପିର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।  



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/AGzJIgc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages