ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଶେଷକୃତ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 2, 2023

ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଶେଷକୃତ୍ୟ

ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ବିଜେଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ପରଲୋକ ହୋଇଯାଇଛି। ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ବୟସ ହୋଇଥିଲା।

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ମୃତ୍ୟୁ ଖବର ପାଇବା ପରେ ତାଙ୍କର ଶେଷ ଦର୍ଶନ ପାଇଁ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନରେ ଲୋକଙ୍କ ଭିଡ଼ ଜମି ଥିଲା। ବିଭିନ୍ନ ରାଜନୀତିକ ଦଳର ନେତାମାନଙ୍କ ସହିତ ଅନ୍ୟ ବ୍ୟକ୍ତିବିଶେଷମାନେ ତାଙ୍କର ଶେଷ ଦର୍ଶନ କରିଥିଲେ। ଆଜି ସକାଳୁ ମଧ୍ୟ ତାଙ୍କ ଘରେ ଲୋକଙ୍କ ଭିଡ଼ ଜମିଛି। ଲୋକେ ଆସି ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି।

ସ୍ୱର୍ଗତ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପୁଅ ବିପ୍ଳବ ପାତ୍ରଙ୍କ ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସି ଶେଷ ଦର୍ଶନ କରିବେ। ଏହା ପରେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପାର୍ଥିବ ଶରୀରକୁ ବିଧାନସଭା ଓ ବିଜେଡି କାର୍ଯ୍ୟାଳୟକୁ ନିଆଯିବ। ତା’ପରେ ତାଙ୍କ ପାର୍ଥିବ ଶରୀରକୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିକୁ ନିଆଯିବ। ସେଠାରେ ଅପରହ୍ନ ପ୍ରାୟ ୩ଟା ବେଳେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ଅନେକ ବ୍ୟକ୍ତି ଶୋକ ବ୍ୟକ୍ତ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Jx64bKW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages