ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା।
ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ। ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି।
ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ
ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।
ବାଚସ୍ପତି ପ୍ରାର୍ଥୀ ଘୋଷଣା ପରେ ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା ରଖିଥିବାରୁ ସେ କୃତଜ୍ଞ। ମହିଳା ବାଚସ୍ପତି ପ୍ରାର୍ଥୀ କରି ସେ ମହିଳାଙ୍କ ଦକ୍ଷତା ପ୍ରମାଣ କରିଛନ୍ତି। ନିରପେକ୍ଷ ଭାବେ ସବୁ ଦଳଙ୍କୁ ନେଇ ଗୃହ ଚଳାଇବି ବୋଲି କହିଛନ୍ତି ପ୍ରମିଳା ମଲ୍ଲିକ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/0Q6NqIu
No comments:
Post a Comment