ବରିଷ୍ଠ ଓଏଏସ ଅଫିସର ସ୍ତରରେ ବଦଳି: ଶ୍ୱେତ କୁମାର ଦାଶ ବିଏମସି ଯୁଗ୍ମ କମିଶନର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 26, 2023

ବରିଷ୍ଠ ଓଏଏସ ଅଫିସର ସ୍ତରରେ ବଦଳି: ଶ୍ୱେତ କୁମାର ଦାଶ ବିଏମସି ଯୁଗ୍ମ କମିଶନର

ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ରାଜ୍ୟ ସରକାର ଗତକାଲି ଅଦଳବଦଳ କରିଛନ୍ତି । ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ) ଯୁଗ୍ମ  କମିଶନର(ଇଷ୍ଟେଟ) ଶ୍ୱେତ କୁମାର ଦାଶଙ୍କୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଯୁଗ୍ମ କମିଶନର ଭାବେ ବଦଳି ହୋଇଛି ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ୍ ମହେଶ କୁମାର ଚୌଧୁରୀଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ସଚିବ, ଲୋକନାଥ ଦଳବେହେରାଙ୍କୁ ବ୍ରହ୍ମପୁର ବନ୍ଦୋବସ୍ତ ଓ ଚକବନ୍ଦୀ ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି । ସେହିପରି ଗତ କିଛିମାସ ତଳେ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ଓଏଏସ୍ ଲଗ୍ନଜିତ୍ ରାଉତଙ୍କୁ ଏବେ ଜଗତସିଂହପୁର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ଶ୍ରୀ ରାଉତ ପାରାଦୀପ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ ।

ସେହିପରି କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ ନିରଞ୍ଜନ ବେହେରାଙ୍କ ପୂର୍ବ ବଦଳିକୁ ବାତିଲ କରି ତାଙ୍କୁ ଜଗତସିଂହପୁର ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। କନ୍ଧମାଳ ଉପଜିଲ୍ଲାପାଳ ଶେଷଦେବ ମିଶ୍ରଙ୍କୁ ଢେଙ୍କାନାଳ-କେନ୍ଦୁଝର ବନ୍ଦୋବସ୍ତ ଅଧିକାରୀ ଭାବେ ବଦଳି ହୋଇଛି । ବାଙ୍କି ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନାଙ୍କୁ ବିଡିଏରେ ଓଏସଡି ଭାବେ ବଦଳି ହୋଇଛି । ସେହିପରି ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ରାୟଙ୍କ ପୂର୍ବବଦଳିକୁ ବାତିଲ କରି ତାଙ୍କୁ କନ୍ଧମାଳ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।

 ଆନନ୍ଦପୁର ଉପଜିଲ୍ଲାପାଳ ଅନୀଲ କୁମାର ସେଠୀଙ୍କୁ ଭଞ୍ଜନଗର ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି। ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କୁ ଗଞ୍ଜାମ ଆର.ଆଇ.ସି ଜେନେରାଲ ମ୍ୟାନେଜର, ରାମଚନ୍ଦ୍ର ସୋରେନଙ୍କ ପୂର୍ବ ବଦଳିକୁ ବାତିଲ କରି ଆନନ୍ଦପୁର ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ରବିନ୍ଦ୍ର କୁମାର ପ୍ରଧାନଙ୍କୁ କେନ୍ଦ୍ରାପଡ଼ା ଉପଜିଲ୍ଲାପାଳ, ସୀମକ୍ଷା ନାୟକଙ୍କୁ ସମ୍ବଲପୁର-କଳାହାଣ୍ଡି ବନ୍ଦୋବସ୍ତ ଅଧିକାରୀ ଏବଂ ଗାୟତ୍ରୀଦତ୍ତ ନାୟକଙ୍କୁ ଆସିକା ସମବାୟ ଚିନି ଶିଳ୍ପର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି ହୋଇଛି ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/y4528Y9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages