ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେଇପାରେ। ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଉତ୍ତର ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି। ଆସନ୍ତା ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ମଧ୍ୟ ସମ୍ଭାବନା ରହିଛି।
ଚଳିତ ମୌସିମୀରେ ରାଜ୍ୟରେ ୮୦୦.୨ ମିମି ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୧୫ ପ୍ରତିଶତ କମ୍ ରହିଛି। ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ୧୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି ବୋଲି ଶ୍ରୀ ଦାସ ସୂଚନା ଦେଇଛନ୍ତି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ZWVOwsm
No comments:
Post a Comment